fbpx

ଦିନ ୧ଟା୩୦ ସୁଦ୍ଧା ୬ଜିଲ୍ଲା ସାବଧାନ!

ଭୁବନେଶ୍ୱର, ୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି । ଏହାସହ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ଦିନ ୧ଟା ୩୦ ସୁଦ୍ଧା ୬ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । କେତେକ ସ୍ଥାନରେ ୩୦ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

୬ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ମୟୁରଭଞ୍ଜ । ଏହି ସବୁ ଜିଲ୍ଲାରେ ବର୍ଷା, ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.