fbpx

ରାଜ୍ୟରେ ଆଉ ୬କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୪ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ରାଜ୍ୟରେ ଚିହ୍ନଟ ହୋଇଥିବା ୬କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରର ୪ଜଣ ହୋଇଥିବା ବେଳେ ୨ଜଣ ଭଦ୍ରକର ହୋଇଥିବା ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨କୁ ବୃଦ୍ଧି ପାଇଥିବା ବେଳେ ଭଦ୍ରକରେ ୨୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ୧୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛିି ।ଏବେ ଓଡ଼ିଶାରେ ୧୦୮ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.