fbpx
BJD SKY
BJD SKY

ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ଥଣ୍ଡାର ପରିମାଣ ବୃଦ୍ଧି: ୧୦ଡିଗ୍ରୀ ତଳେ ୭ଟି ସ୍ଥାନରେ ପାରଦ

BJD

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ଥଣ୍ଡାର ପରିମାଣ ବଢିଛି । ଗତ ୨୪ଘଣ୍ଟାରେ ୭ଟି ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଚଳିତ ଶୀତ ଋତୁରେ ପ୍ରଥମଥର ପାଇଁ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ତାପମାତ୍ରା ୧୩ ଡିଗ୍ରୀ ଛୁଇଁଛି । ଭୁବନେଶ୍ୱରରେ ସର୍ବନିମ୍ନ ରାତି ତାପମାତ୍ରା ୧୩ ଦଶମିକ ୨ ଡିଗ୍ରୀ ଏବଂ କଟକରେ ୧୩ ଦଶମିକ ୫ ଡିଗ୍ରୀ ସେଲସିୟସ ଥିବା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.