fbpx

ରାଜ୍ୟରେ ଆଉ ୭ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୩୫ କୁ ବୃଦ୍ଧି ପାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବାଲେଶ୍ୱର, କେନ୍ଦ୍ରାପଡ଼ା, ପୁରୀ, କଟକର ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୬ ବର୍ଷର ଝିଅ ରହିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.