ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୬୨ କୁ ବୃଦ୍ଧି ପାଇଛି ।
ତେବେ ଆଜି ଖୋର୍ଦ୍ଧା, ଅନୁଗୁଳ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ଜଣଙ୍କର ଜୀବନ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।