fbpx

ଆଜି ବି ଜଳିବ ପଶ୍ଚିମ ଓଡ଼ିଶା: ଗ୍ରୀଷ୍ମପ୍ରବାହକୁ ନେଇ ୭ ଜିଲ୍ଲା ୟେଲୋ ୱାର୍ଣ୍ଣିଂ

AAKASH

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅସହ୍ୟ ତାତିରେ ଜଳୁଛି ଓଡ଼ିଶା । ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିସାରିଲାଣି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ଝାରସୁଗୁଡ଼ା, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କ ବାୟୁ ପ୍ରବେଶ କରୁଛି । ଆହୁରି ୨ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ୧୧ ତାରିଖଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ। ଏଣୁ ୧୧ରୁ ୧୩ ତାରିଖ ୩ଦିନ ପାଇଁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି।

ଅପରପକ୍ଷେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଛି। କେନ୍ଦ୍ରୀୟ ଆରବ ସାଗରର ଆଉ କିଛି ଅଞ୍ଚଳ, ଗୋଆ, ଦକ୍ଷିଣ ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ, ଦକ୍ଷିଣ ଆନ୍ଧ୍ରପ୍ର‌ଦେଶ ଏବଂ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳ‌େରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସକ୍ରିୟ ହେବାର ସମ୍ଭାବନା ରହିଛି।

Get real time updates directly on you device, subscribe now.