fbpx

ବଢ଼ିବାରେ ଲାଗିଛି କରୋନା: ଆଜି ରାଜ୍ୟରୁ ଚିହ୍ନଟ ହେଲେ ୭୦୦୨ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୭୦୦୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୨୧ ଓ ସ୍ଥାନୀୟ ଅଞ୍ଚଳରୁ ୩୦୮୧ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୩ ହଜାର ୯୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୩୨ ହଜାର ୧୮ ରହିଥିବା ବେଳେ ୭୮ ହଜାର ୩୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.