fbpx
BSKY
BJD MC SKY
BJD YOUTH SKY

୨୪ ଘଣ୍ଟାରେ ଚାଲିଗଲା ୭୦୪ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୫।୧୧: ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ ହଜାର ୩୧୫ କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୦ ହଜାର ୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୦୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ଲକ୍ଷ ୬୪ ହଜାର ୦୮୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୫ ଲକ୍ଷ ୨୭ ହଜାର ୯୬୨ ଜଣ ଚିକିତ୍ସିତ ହେଉଥିବା ବେଳେ ୭୭ ଲକ୍ଷ ୧୧ ହଜାର ୮୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.