fbpx

ରାଜ୍ୟରେ ଆଉ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, ୧୪ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୯୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୬୯ ରହିଥିବା ବେଳେ ୬୫୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.