fbpx

ରାଜ୍ୟରେ ଆଜି ୭୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୮।୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୭୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର ୬୯୨ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୪୮ ହୋଇଥିବା ବେଳେ ଏବେ ବି ୭୮୧ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

Get real time updates directly on you device, subscribe now.