fbpx
BJD SKY
BJD SKY

ଦେଶରେ ଖସୁଛି କରୋନା ସଂକ୍ରମଣ, ଆଜି ୭୩୮ ଜଣଙ୍କ ମୃତ୍ୟୁ

BJD

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୫୦କୁ ବୃଦ୍ଧି ପାଇଛି । ଦିନକରେ ୪୪ ହଜାର ୧୧୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫ ଲକ୍ଷ ୨ ହଜାର ୩୬୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୯୫ ହଜାର ୫୩୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୬ ଲକ୍ଷ ୫ ହଜାର ୭୯୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୪ କୋଟି ୪୬ ଲକ୍ଷ ୧୧ ହଜାର ୨୯୧ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.