fbpx

ଓଡ଼ିଶାରେ କରୋନାର ସଙ୍ଗୀନ ପରିସ୍ଥିତି: ଆଜି ଚିହ୍ନଟ ହେଲେ ୭୩୯୫ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୭୩୯୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧୬୯ ଓ ସ୍ଥାନୀୟ ଅଞ୍ଚଳରୁ ୩୨୨୬ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ଲକ୍ଷ ୨୪ ହଜାର ୪୦୨ ରହିଥିବା ବେଳେ ୭୮ ହଜାର ୬୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.