fbpx
BJD
BJD SKY
BJD SKY

ରାଜ୍ୟରେ ଆଉ ୭୪ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨।୩(ଓଡିଶା ଭାସ୍କର): ରାଜ୍ୟରେ ୨୪ ଘଣ୍ଟାରେ ପୁଣି ୭୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୫ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ଭୁବନେଶ୍ୱରର ୫୪ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୯୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୩୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୪୭ ରହିଥିବା ବେଳେ ୭୩୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.