fbpx
BSKY
BJD SHG SKY
BJD YOUTH SKY

ଓଡ଼ିଶାରେ ସାଙ୍ଘାତିକ ସ୍ଥିତି: ଦିନକରେ ବାହାରିଲେ ୭୪୩ କରୋନା ପଜିଟିଭ, ଜାଣନ୍ତୁ ଖୋର୍ଦ୍ଧାରୁ କେତେ ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଆଜିକାଲି ଦୈନିକ କରୋନା ସଂକ୍ରମଣ ୭ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୦୭ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୮୭ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୫, ଷ୍ଟେଟପୁଲରୁ ୬୦, ସୁନ୍ଦରଗଡରୁ ୬୫, ପୁରୀରୁ ୩୬ ଓ ମୟୂରଭଞ୍ଜରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୫, ୩୨୮କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୩୮୭୮ ରହିଛି । ୨୪ ଘଣ୍ଟା ମଧ୍ୟରେ ୪୦୪ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୨,୨୭୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.