fbpx

ଖୁସି ଖବର , ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ସୁସ୍ଥ

Advertisement

ଭୁବନେଶ୍ୱର, ୨୮ା୫(ଓଡ଼ିଶା ଭାସ୍କର): ଆଜି ରାଜ୍ୟରେ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୫ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୮୮୭କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୭୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ୩ଜଣ ଲେଖାଏଁ, କନ୍ଧମାଳ ଓ ବଲାଙ୍ଗୀରରୁ ୨ଜଣ ଲେଖାଏଁ ଏବଂ ସେହିପରି କେନ୍ଦୁଝର, ବୈାଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୮୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୬୬ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.