fbpx
BSKY
BJD SHG SKY
BJD YOUTH SKY

ଭୁବନେଶ୍ୱରରୁ ଆଜି ୭୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୪।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪ ସ୍ଥାନୀୟ ଅଞ୍ଚଳରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୪୫୪ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୪୫୪ ପଜିଟିଭ ମଧ୍ୟରୁ ୧୭୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୨୮୦ ଜଣ ସୁସ୍ଥ ଓ ୯୮୧ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.