fbpx

ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି । ସମସ୍ତ ୭୬ ଆକ୍ରାନ୍ତ ୧୦ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟିନ ସେଣ୍ଟରର ଓ ୨ଜଣ ସ୍ଥାନୀୟ ଅଞ୍ଚଳର । ୭୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗିରରରୁ ୧୬, ଖୋର୍ଦ୍ଧାରୁ ୧୩, ନୂଆପଡ଼ାରୁ ୧୩, କଟକରୁ ୧୧, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୬, ବାଲେଶ୍ୱର, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ , ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ୭୩୩ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୫୩ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.