fbpx

ଖୁସି ଖବର : ଓଡ଼ିଶାରେ ଆଜି ୭୬୬୪ ଆକ୍ରାନ୍ତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୮।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୭୬୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪ ଲକ୍ଷ ୩୯ ହଜାର ୩୨୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୬୧ ଜଣ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୫୧୨, କଟକରୁ ୫୦୯, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୪୬୪, ବଲାଙ୍ଗିରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଙ୍ଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯, ମୟୂରଭଞ୍ଜରୁ ୨୨୦, ରାୟଗଡ଼ାରୁ ୧୯୨, ଗଞ୍ଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୋନପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ବରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ଷ୍ଟେଟ୍ ପୁଲରୁ ୧୯୨ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.