ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୨୩ ଜଣ ଚିହ୍ନଟ ହେବା ସହ ୧୧୭ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୬୫ ରହିଥିବା ବେଳେ ୭ ହଜାର ୪୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 8th September
New Positive Cases: 771
Of which 0-18 years: 117
In quarantine: 448
Local contacts: 323(Details of local contacts will be shared by concerned Dist Administration)
District Wise Cases:
1. Angul: 16
2. Balasore: 41
3. Bargarh: 3
4. Bhadrak: 15— I & PR Department, Odisha (@IPR_Odisha) September 9, 2021
21. Nayagarh: 11
22. Nuapada: 1
23. Puri: 21
24. Rayagada: 11
25. Sambalpur: 17
26. Sundargarh: 13
27. State Pool: 76New recoveries: 574
Cumulative tested: 18664074
Positive: 1014338
Recovered: 999165
Active cases: 7042— I & PR Department, Odisha (@IPR_Odisha) September 9, 2021