fbpx

ରାଜ୍ୟରୁ ପୁଣି ବାହାରିଲେ ୭୭୯ ଆକ୍ରାନ୍ତ, ଆଜି ୧୦୫ ଶିଶୁ ପଜିଟିଭ୍

ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୫୪ ଓ ସ୍ଥାନୀୟ ଅଞ୍ଚଳରୁ ୩୨୫ ଜଣ ଚିହ୍ନଟ ହେବା ସହ ୧୦୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୯ ହଜାର ୮୪୦ ରହିଥିବା ବେଳେ ୭ ହଜାର ୯୯୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.