fbpx

ଦେଶରେ ୭୯୪ ଜଣଙ୍କ ମୃତ୍ୟୁ, ୧ ଲକ୍ଷ ୪୫ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୦ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୭୯୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୮ ହଜାର ୪୩୬କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୪୫ ହଜାର ୩୮୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୨ ଲକ୍ଷ ୫ ହଜାର ୯୨୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୩୧ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୯ ଲକ୍ଷ ୯୦ ହଜାର ୮୫୯ରେ ପହଞ୍ଚିଛି । ୯ କୋଟି ୮୦ ଲକ୍ଷ ୭୫ ହଜାର ୧୬୦ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.