fbpx

ମହାରାଷ୍ଟ୍ରରେ ୭ଦିନ ବନ୍ଦ ରହିବ ସରକାରୀ ଅଫିସ୍

ମହାରାଷ୍ଟ୍ର, ୧୭ା୩: ସାରା ବିଶ୍ୱରେ କରୋନା ଭାଇରସ କାୟା ବିସ୍ତାର କରିବାରେ ଲାଗିଛି । ଏନେଇ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମହାରାଷ୍ଟ୍ରରେ ସରକାରୀ ଅଫିସ୍ ୭ଦିନ ପାଇଁ ବନ୍ଦ ରହିବ ।
ଉଲ୍ଲେଖଯୋଗ୍ୟ ଯେ କରୋନାରେ ସାରା ବିଶ୍ୱରେ ୭୦୦୦ରୁ ଉଦ୍ଧ୍ୱର୍ ଲୋକଙ୍କର ମୃତ୍ୟୁ ହୋଇସାରିଲାଣି । ସେହିପରି ଭାରତରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ଜଣ ଭାରତୀୟ ଥିବା ବେଳେ ୨୨ଜଣ ବିଦେଶୀ ନାଗରିକ ରହିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ଭାରତରେ କରୋନାରେ ୩ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ମଧ୍ୟ ଜଣେ କରୋନାରେ ଆକ୍ରାନ୍ତ ଅଛନ୍ତି ।

Get real time updates directly on you device, subscribe now.