fbpx

ରାଜ୍ୟରେ ପୁଣି ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୭୮ କୁ ବୃଦ୍ଧି ପାଇଛି ।

ତେବେ ଆଜି ଅନୁଗୁଳରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଖୋର୍ଦ୍ଧା ୨ ଜଣ, ମୟୂରଭଞ୍ଜ, ଯାଜପୁର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.