fbpx

ରାଜ୍ୟରୁ ଆଉ ୮ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୫୫ କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱରରୁ ଜଣେ, ଗଞ୍ଜାମ ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.