fbpx

ରାଜ୍ୟରେ ୮ ଜୀବନ ନେଲା କରୋନା

ଭୁବନେଶ୍ୱର,୬ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୮୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା, କୋରାପୁଟ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.