fbpx

୮ଟି ଜିଲ୍ଲା ସାବଧାନ! ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ

ପିପିଲି,୨୩ ।୪(ଓଡିଶା ଭାସ୍କର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।କାଳବୈଶାଖୀ ଆଶଙ୍କା ଥିବାରୁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୮ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଘଡଘଡି ବର୍ଷା ସମୟରେ ଘର ବାହାରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Get real time updates directly on you device, subscribe now.