fbpx

ଦେଶରେ ମୃତ୍ୟୁସଂଖ୍ୟା ୮ ଶହ ଟପିଲା, ୧.୬୨ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ, ୧୩ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୭୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୧ ହଜାର ୫୮କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୬୧ ହଜାର ୭୩୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୬ ଲକ୍ଷ ୮୯ ହଜାର ୪୫୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୬୯୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୨ ଲକ୍ଷ ୫୩ ହଜାର ୭୯୭ରେ ପହଞ୍ଚିଛି । ୧୦ କୋଟି ୮୫ ଲକ୍ଷ ୩୩ ହଜାର ୮୫ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.