fbpx

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗରେ ୮୦୪ ଜଣଙ୍କୁ ମିଳିଲା ନିଯୁକ୍ତି: ନବନିଯୁକ୍ତ କର୍ମଚାରୀଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗରେ ୮୦୪ ଜଣଙ୍କୁ ନିଯୁକ୍ତି ମିଳିଛି । ୧୪୬ ଜଣ ପ୍ରାଣୀ ଚିକିତ୍ସକ, ୫୮୮ ଜଣ ପ୍ରାଣୀଧନ ନିରୀକ୍ଷକ, ୬୭ ଜଣ କନିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ଓ ୩ ଜଣ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ନବନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ କ୍ଷେତ୍ର ଗ୍ରାମାଞ୍ଚଳ ପାଇଁ ଅଭିବୃଦ୍ଧିର ଇଞ୍ଜିନ । ନବନିଯୁକ୍ତମାନେ ୫-ଟି ଉପକ୍ରମ ଅବଲମ୍ବନ କରି ତୃଣମୂଳ ସ୍ତରରେ ପରିବର୍ତ୍ତନ ପାଇଁ କାର୍ଯ୍ୟ କରିବା ଦରକାର । ଓଡ଼ିଶା ଏକ କୃଷି ପ୍ରଧାନ ରାଜ୍ୟ ହୋଇଥିବା ବେଳେ ଏହାର ଗ୍ରାମାଞ୍ଚଳରେ ୭୦ ପ୍ରତିଶତରୁ ଅଧିକ ଲୋକ ଚାର୍ଯ୍ୟ କାର୍ଯ୍ୟରେ ନିର୍ଭରଶୀଳ । ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକ ପ୍ରାଣୀପାଳନ ଓ ମତ୍ସ୍ୟ ଉତ୍ପାଦନ ମାଧ୍ୟମରେ ନିଜର ଆୟ ବୃଦ୍ଧି କରିପାରୁଛନ୍ତି ।

ଚାଷୀଙ୍କର ବିଭିନ୍ନ ସମସ୍ୟାର ସମାଧାନ କରିବା, ରୋଜଗାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ କରି ଆସୁଛନ୍ତି । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ କ୍ଷେତ୍ରକୁ କୃଷକ, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ଉଦ୍ୟୋଗଙ୍କ ଅଭିବୃଦ୍ଧିର ଇଞ୍ଜିନ ଭାବେ ବଛାଯାଇଛି । ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ବିଭାଗୀୟ ଅଧିକାରୀମାନେ ଏଥିନେଇ ସେମାନଙ୍କର ଦାୟିତ୍ୱବୋଧତା ଅନୁଭବ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Get real time updates directly on you device, subscribe now.