fbpx

ଦେଶରେ ୨୪ ଘଣ୍ଟାରେ ୮୧ ମୃତ, ୯ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୮୧୩କୁ ବୃଦ୍ଧି ପାଇଛି । ଦିନକରେ ୯ ହଜାର ୧୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୨୫ ହଜାର ୭୧୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୬ ହଜାର ୮୭୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୩୩ ହଜାର ୨୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.