fbpx

ରାଜ୍ୟରେ ଆଉ ୮୧ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୪।୩(ଓଡିଶା ଭାସ୍କର): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପୁଣି ୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୬୭ ରହିଥିବା ବେଳେ ୭୯୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Get real time updates directly on you device, subscribe now.