fbpx

ଭୁବନେଶ୍ୱରରୁ ଆଜି ୮୧୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

Advertisement

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୮୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୪୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୬ ଜଣ ସୁaସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୫ ହଜାର ୭୮୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୪ ହଜାର ୧୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୨୫୦ ଜଣ ଚିକିତ୍ସିତ ହେଉଥିବା ବେଳେ ୩୩୮ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.