ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୫ ଓ ସ୍ଥାନୀୟ ଅଞ୍ଚଳରୁ ୩୪୧ ଜଣ ଚିହ୍ନଟ ହେବା ସହ ୧୦୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୮ ହଜାର ୮୫୪ ରହିଥିବା ବେଳେ ୮ ହଜାର ୨୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 26th August
New Positive Cases: 816
Of which 0-18 years: 106
In quarantine: 475
Local contacts: 341(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 46
3. Bargarh: 13— I & PR Department, Odisha (@IPR_Odisha) August 27, 2021
20. Mayurbhanj: 27
21. Nayagarh: 12
22. Nuapada: 1
23. Puri: 20
24. Rayagada: 1
25. Sambalpur: 18
26. Sundargarh: 16
27. State Pool: 62New recoveries: 764
Cumulative tested: 17807557
Positive: 1004875
Recovered: 988854
Active cases: 8271— I & PR Department, Odisha (@IPR_Odisha) August 27, 2021