ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୧୭ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୮ ହଜାର ୪୫୪କୁ ବୃଦ୍ଧି ପାଇଛି । ଦିନକରେ ୪୫ ହଜାର ୯୫୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩ ଲକ୍ଷ ୬୨ ହଜାର ୮୪୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୭ ହଜାର ୬୪ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୪ ଲକ୍ଷ ୬୬ ହଜାର ୩୩୦ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩ କୋଟି ୨୮ ଲକ୍ଷ ୫୪ ହଜାର ୨୫୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।