fbpx
BJD
BJD SKY
BJD SKY

ଦେଶରେ କରୋନା ନେଲା ୮୧୭ ଜୀବନ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୧୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୨୮କୁ ବୃଦ୍ଧି ପାଇଛି । ଦିନକରେ ୪୫ ହଜାର ୮୯୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୯ ହଜାର ୫୫୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୦ ହଜାର ୭୦୪ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୮ ଲକ୍ଷ ୪୩ ହଜାର ୨୮୨୫କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୩୬ କୋଟି ୪୮ ଲକ୍ଷ ୪୭ ହଜାର ୫୪୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.