fbpx

ଭୁବନେଶ୍ୱରରୁ ଆଜି ୮୩ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧ ।୧୧(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦ ସ୍ଥାନୀୟ ଅଞ୍ଚଳରୁ ୬୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୦୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୨୩୬କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୨୩୬ ପଜିଟିଭ ମଧ୍ୟରୁ୧୬୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୭ ହଜାର ୭୪୪ ଜଣ ସୁସ୍ଥ ଓ ୧୩୦୪ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.