fbpx

ଓଡିଶାରେ ଘାଇଲା କରୁଛି କରୋନା: ଦିନକରେ ୮ ହଜାରରୁ ଅଧିକ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୨୮ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଗତ ୨୪ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି । ଦିନକରେ ଆଉ ନୂଆ ୮ ହଜାର ୩୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୯ଟି ଜିଲ୍ଲାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ଶହେ ଉପରେ ରହିଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୯୩୩, କଟକରୁ ୪୯୬, ଝାରସୁଗୁଡାରୁ ୪୩୩, ନବରଙ୍ଗପୁରରୁ ୩୮୮, ବଲାଙ୍ଗୀରରୁ ୩୫୮, ଅନୁଗୁଳରୁ ୩୪୬, ସମ୍ବଲପୁରରୁ ୩୦୭, ମୟୂରଭଞ୍ଜରୁ ୨୮୯, ଯାଜପୁରରୁ ୨୭୦, ପୁରୀରୁ ୨୫୯, ବରଗଡରୁ ୨୫୭, ନୂଆପଡାରୁ ୨୩୩, ଗଞ୍ଜାମରୁ ୨୦୯, ବାଲେଶ୍ୱରରୁ ୨୦୨, କେନ୍ଦୁଝରରୁ ୧୭୫, କଳାହାଣ୍ଡିରୁ ୧୨୬, ନୟାଗଡରୁ ୧୨୨, ଗଜପତିରୁ ୯୬, ବୌଦ୍ଧରୁ ୮୩, ରାୟଗଡାରୁ ୭୫, ଷ୍ଟେଟ ପୁଲରୁ ୩୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.