ନୂଆଦିଲ୍ଲୀ, ୧୧ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୯ ହଜାର ୨୭୫କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୫୨ ହଜାର ୮୭୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୩ ଲକ୍ଷ ୫୮ ହଜାର ୮୦୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୮ ହଜାର ୮୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨୦ ଲକ୍ଷ ୮୧ ହଜାର ୪୪୩ରେ ପହଞ୍ଚିଛି । ୧୦ କୋଟି ୧୫ ଲକ୍ଷ ୯୫ ହଜାର ୧୪୭ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।