ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୨ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହେବା ସହ ୧୩୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୦୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୮ ହଜାର ୦୯୦ ରହିଥିବା ବେଳେ ୮ ହଜାର ୨୮୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 25th August
New Positives Cases: 849
Of which 0-18 years: 130
In quarantine: 492
Local contacts: 357(Details of local contacts will be shared by concerned Dist Administration)
District Wise Cases:
1. Angul: 19
2. Balasore: 48
3. Bargarh: 15— I & PR Department, Odisha (@IPR_Odisha) August 26, 2021
21. Mayurbhanj: 26
22. Nayagarh: 19
23. Nuapada: 1
24. Puri: 22
25. Rayagada: 2
26. Sambalpur: 20
27. Sonepur: 1
28. Sundargarh: 15
29. State Pool: 65New recoveries: 721
Cumulative tested: 17737972
Positive: 1004059
Recovered: 988090
Active cases: 8288— I & PR Department, Odisha (@IPR_Odisha) August 26, 2021