fbpx

ଆଜି ରାଜ୍ୟରୁ ୮୪୯ ନୂତନ ଆକ୍ରାନ୍ତ ଚିହ୍ନଟ; ୧୧୯ ଶିଶୁ ପଜିଟିଭ୍

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରବିବାର ରାଜ୍ୟରୁ ୮୪୯ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୪୯ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୩୫୮ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସର ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ଚିନ୍ତା ବଢାଇଛି । ରବିବାର ୧୧୯ ଜଣ ୧୮ ବର୍ଷରୁ କମ ଶିଶୁ କରୋନା ଆକ୍ରାନ୍ତ ହୋଇଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୬୫୦୩ ରେ ପହଞ୍ଚିଛି । ଏହା ମଧ୍ୟରୁ ୯୯୦୭୯୬ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୨୦ରେ ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୭୯୪୭୩୬୧ଜଣଙ୍କ ନମୂନା ପରୀକ୍ଷଣ ହୋଇଥିବା ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.