ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇ ସାରିଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ସଂକ୍ରମଣ କମିବାରେ ଲାଗିଛି । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୫ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୮୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୮୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୧ ହଜାର ୪୬୭ ରହିଥିବା ବେଳେ ୯ ହଜାର ୪୩୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 15th Feb
New Positive Cases: 852
Of which 0-18 years: 181
In quarantine: 495
Local contacts: 357(Details of local contacts will be shared by concerned District)
1. Angul: 16
2. Balasore: 25
3. Bargarh: 11
4. Bhadrak: 16
5. Balangir: 7
6. Boudh: 12— I & PR Department, Odisha (@IPR_Odisha) February 16, 2022
23. Nawarangpur: 20
24. Nayagarh: 17
25. Nuapada: 25
26. Puri: 11
27. Rayagada: 13
28. Sambalpur: 39
29. Sonepur: 10
30. Sundargarh: 89
31. State Pool: 25New recoveries: 1671
Cumulative tested: 28595269
Positive: 1279898
Recovered: 1261467
Active cases: 9433— I & PR Department, Odisha (@IPR_Odisha) February 16, 2022