ଦେଶରେ କରୋନା ମୃତ୍ୟୁସଂଖ୍ୟା ୮୫୩, ପଜିଟିଭ୍ ୪୬ ହଜାର

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୫୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧୨କୁ ବୃଦ୍ଧି ପାଇଛି । ଦିନକରେ ୪୬ ହଜାର ୬୧୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪ ଲକ୍ଷ ୫୮ ହଜାର ୨୫୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୧୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୪ କୋଟି ୭୬ ହଜାର ୨୩୨ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।