fbpx

ଖୁସି ଖବର : ଓଡ଼ିଶାରେ ଆଜି ୮୫୪୭ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୨।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୫୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୬୮୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୬୫ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୯୩, ସୁନ୍ଦରଗଡ଼ରୁ ୫୯୧, ସମ୍ବଲପୁରରୁ ୫୧୮, ବରଗଡ଼ରୁ ୪୩୬, ନୂଆପଡ଼ାରୁ ୪୧୧, ପୁରୀରୁ ୪୦୨, ଭଦ୍ରକରୁ ୩୫୦, ଅନୁଗୋଳରୁ ୩୩୭, ରାୟଗଡାରୁ ୩୩୭ ଓ ଝାରସୁଗୁଡ଼ାରୁ ୩୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.