fbpx
BJD SKY
BJD SKY

ଭୁବନେଶ୍ୱରରୁ ଆଜି ୮୬୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

BJD

ଭୁବନେଶ୍ୱର,୧୭ ।୫(ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୮୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୩୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୩୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୬୨ ହଜାର ୪୯୮ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୦ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୦୨୧ ଜଣ ଚିକିତ୍ସିତ ହେଉଥିବା ବେଳେ ୨୯୬ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.