fbpx

ଭୁବନେଶ୍ୱରରେ ଆଜି ବି କମିଲା କରୋନା ସଂକ୍ରମଣ, ଦିନକରେ ମାତ୍ର ୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୩୦ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୦୭୨ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୦୭୨ ପଜିଟିଭ ମଧ୍ୟରୁ ୧୬୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୭ ହଜାର ୩୧୭ ଜଣ ସୁସ୍ଥ ଓ ୧୫୭୦ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.