fbpx

ଭୁବନେଶ୍ୱରରେ ଥମୁନି କରୋନା: ଆଜି ପୁଣି ୮୭ ଚିହ୍ନଟ

ଭୁବନେଶ୍ୱର, ୧୮ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି, ଯେଉଁଥରୁ ବାଦ୍ ପଡିନିଭୁବନେଶ୍ୱର । ଆଜି ପୁଣି ରାଜଧାନୀରୁ ୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୩୭ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି । ୪୯୪ ଜଣ ସୁସ୍ଥ ହୋଇଥିବା ବେଳେ ୬୨୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୧ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆସନ୍ତୁ ଜାଣିବା କେଉଁଠୁ କେତେ ବାହାରିଛନ୍ତି..

Get real time updates directly on you device, subscribe now.