fbpx

ରାଜ୍ୟରେ ଆଜି ପୁଣି ୮୭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର, ୨୮ା୨ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୮୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୩ ଓ ସ୍ଥାନୀୟ ଅଞ୍ଚଳରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ପୁରୀ ଜିଲ୍ଲାର ୭୨ ବର୍ଷୀୟ ମହିଳା ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୯୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୧୯ ରହିଥିବା ବେଳେ ୭୦୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.