fbpx

ରାଜ୍ୟରେ ଆଜି ୮୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୪।୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୮୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ହଜାର ୩୬୯ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୨ ହଜାର ୪୯୯ ହୋଇଥିବା ବେଳେ ଏବେ ବି ୯୧୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.