fbpx

ରାଜ୍ୟରେ ଦିନକରେ ଚିହ୍ନଟ ହେଲେ ୮୭୦ ପଜିଟିଭ: ୨ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଉଟ୍ ପ୍ରୋସେସରେ ଏହି ଦୁଇଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁବରଣ କରିଥିବା ୨ ଆକ୍ରାନ୍ତ କଟକ ଓ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣା ପଡିଛି ।

ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୬୧ଟି ଲୋକାଲ କେସ୍ ରହିଥିବା ବେଳେ ୫୦୯ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି । ସେହିପରି ୧୮ ବର୍ଷ କିମ୍ବା ତାଠାରୁ କମ୍ ବୟସର ୧୫୭ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ତେବେ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୪୦, ସମ୍ବଲପୁରରୁ ୭୨, କଳାହାଣ୍ଡିରୁ ୬୩ ଓ ମୟୁରଭଞ୍ଜରୁ ୫୯ ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି ଷ୍ଟେଟପୋଲ ସଂଖ୍ୟା ୨୭ ରହିଛି ।

ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୩୨୫ ଜଣ ଆକ୍ରାନ୍ତ ଏବେବି ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ୦୦୯୫୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.