fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୪୫ ହଜାର ୨୫୭କୁ ବୃଦ୍ଧି

ନୂଆଦିଲ୍ଲୀ,୧୧ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୫ ହଜାର ୨୫୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୫୩ ହଜାର ୬୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ ଲକ୍ଷ ୬୮ ହଜାର ୬୭୬କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୩୯ ହଜାର ୯୨୯ ଜଣ ଚିକିତ୍ସିତ ହେଉଥିବା ବେଳେ ୧୫ ଲକ୍ଷ ୮୩ ହଜାର ୪୮୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.