fbpx

ଓଡ଼ିଶାରୁ ଆଜି ୮୭୨ କରୋନା ପଜିଟିଭ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ଆଜି ଦୈନିକ ସଂକ୍ରମଣରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୩୬୦ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୫୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୨୩ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡାରୁ ୧୪୪, କଟକରୁ ୯୬, ଷ୍ଟେଟପୁଲରୁ ୬୧, ମୟୂରଭଞ୍ଜରୁ ୫୯, ସୋନପୁରରୁ ୨୬, ସମ୍ବଲପୁରରୁ ୨୩, ପୁରୀରୁ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯, ୧୧୨କୁ ବୃଦ୍ଧି ପାଇଛି। ଏବେ ସକ୍ରିୟ ମାମଲା ୫୩୭୬ ରହିଛି। ୨୪ ଘଣ୍ଟା ମଧ୍ୟରେ ୫୫୨ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୪,୨୩୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 

Get real time updates directly on you device, subscribe now.